Header Ads

Header ADS

ଶପଥ ନେଲେ ଜଷ୍ଟିସ ମୁରଲୀଧର


ଭୁବନେଶ୍ବର/କଟକ : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଡକ୍ଟର ଜଷ୍ଟିସ୍ ଏସ. ମୁରଲୀଧର ଆଜି ଶପଥ ଗ୍ରହଣ କରିଛନ୍ତି। ରାଜଭବରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧରଙ୍କୁ ଶପଥ ପାଠ କରାଇଥିଲେ। ଆଜିର ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ମମସ୍ତ ବିଚାରପତିଙ୍କ ସହିତ, ଆଇନ ମନ୍ତ୍ରୀ ପ୍ରତାପ ଜେନା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ, ଆଡଭୋକେଟ ଜେନେରାଲ ଅଶୋକ କୁମାର ପରିଜା, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୁଲିସ ଡିଜି ଅଭୟ ଓ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବରେ ଭିଡିଓ କନଫେରେନ୍ସିଂ ଜରିଆରେ ସାମିଲ ହୋଇଥିଲେ।

ଏହାସହିତ ଜଷ୍ଟିସ ମୁରଲୀଧର ଓଡ଼ିଶା ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଜଷ୍ଟିସ ମୁରଲୀଧର ୧୯୮୪ରେ ଚେନ୍ନାଇରେ ଓକିଲାତି ଆରମ୍ଭ କରିଥିଲେ। ଏହାପରେ ସେ ୧୯୮୭ରେ ସୁପ୍ରିମକୋର୍ଟ ଓ ଦିଲ୍ଲୀ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ସେ ସୁପ୍ରିମକୋର୍ଟ ଆଇନସେବା କମିଟି ପକ୍ଷରୁ ବହୁ ଗୁରୁତ୍ବପୂର୍ଣ୍ଣ ମାମଲା ପରିଚାଳନା କରିଥିଲେ। ଭୋପାଳ ଗ୍ୟାସ୍ ଦୁର୍ଘଟଣାର ପୀଡିତ ଓ ନର୍ମଦା ଡ୍ୟାମ୍ ବିସ୍ଥାପିତଙ୍କ ସମସ୍ୟା ସଂପର୍କିତ ମାମଲାର ପରିଚାଳନା କରିଥିଲେ। ବହୁ ଜନସ୍ବାର୍ଥ ଆବେଦନ ଓ ମୃତ୍ୟୁଦଣ୍ଡ ସଂପର୍କିତ ମାମଲାରେ ତାଙ୍କୁ ସୁପ୍ରିମକୋର୍ଟ ଆମିକସ୍ କ୍ୟୁରି ଭାବେ ନିଯୁକ୍ତି ଦେଇଥିଲେ। ସେ ଜାତୀୟ ମାନବାଧିକାର କମିସନ୍ ଓ ଭାରତୀୟ ନିର୍ବାଚନ କମିସନଙ୍କ ପକ୍ଷରୁ ମଧ୍ୟ ମାମଲା ପରିଚାଳନା କରିଥିଲେ। ଡିସେମ୍ବର ୨୦୦୨ରୁ ୨୦୦୬ ମେ ପର୍ଯ୍ୟନ୍ତ ଲ କମିସନଙ୍କ ସେ ପାର୍ଟ ଟାଇମ ସଦସ୍ୟ ଥିଲେ। ୨୦୦୬ ମେ ୨୯ରେ ଜଷ୍ଟିସ ମୁରଲୀଧର ଦିଲ୍ଲୀ ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ଏହାପରେ ତାଙ୍କର ପଞ୍ଜାବ ଓ ହରିୟାନା ହାଇକୋର୍ଟକୁ ବଦଳି ହୋଇଥିଲା। ୨୦୨୦ ମାର୍ଚ୍ଚ ୬ରେ ସେ ପଞ୍ଜାବ ଓ ହରିୟାନା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ।

The post ଶପଥ ନେଲେ ଜଷ୍ଟିସ ମୁରଲୀଧର first appeared on Sambad.


No comments

Powered by Blogger.