୪ରେ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଡକ୍ଟର ଜଷ୍ଟିସ ଏସ.ମୁରଲୀଧର
କଟକ : ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଡକ୍ଟର ଜଷ୍ଟିସ୍ ଏସ. ମୁରଲୀଧର ଜାନୁଆରି ୪ ତାରିଖ ସୋମବାର ଦିନ ଶପଥ ଗ୍ରହଣ କରିବେ। ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବାର କାର୍ଯ୍ୟକ୍ରମ ରହିଛି। ସେ ଓଡ଼ିଶା ହାଇକୋର୍ଟର ୩୨ତମ ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।
ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ୨୦୨୦, ଡିସେମ୍ବର ୧୪ରେ ପଞ୍ଜାବ ଓ ହରିୟାନା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଡକ୍ଟର ଜଷ୍ଟିସ ଏସ.ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲିଜିୟମ ସୁପାରିସ କରିଥିଲା। ଏହାପରେ ଡିସେମ୍ବର ୩୧ରେ ତାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
The post ୪ରେ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଡକ୍ଟର ଜଷ୍ଟିସ ଏସ.ମୁରଲୀଧର first appeared on Sambad.
No comments